ଭୁବନେଶ୍ୱର (ଏଟିଆର ବ୍ୟୁରୋ): ସ୍ୱାଧୀନତା ସଂଗ୍ରାମୀ ତଥା ପୂବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହୋଇଥିଲା ।
ଜୁନ୍ ୨୮ ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିବା ଶ୍ରୀ ପ୍ରଧାନ ମହାତ୍ମା ଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରଣିତ ହୋଇ ୧୪ ବର୍ଷ ବୟସରେ ଭାରତ ଛାଡ ଆନ୍ଦୋଳନରେ ସାମିଲ ହୋଇଥିଲେ । ତା ପରେ ସେ ତାଙ୍କର ରାଜନିତିକ ଜୀବନ ଜଣେ ୱାର୍ଡ ମେମ୍ବରରୁ ଆରମ୍ଭ କରିଥିଲେ । ଦୁଇଥର ଓଡିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାସହିତ ୧୯୮୯ ରୁ ୧୯୯୦ ପର୍ଯ୍ୟନ୍ତି ନଗର ଉନ୍ନୟନ ଭାବେ କାର୍ଯ କରିଥିଲେ ।
ତାଙ୍କ ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ଅନେକ ବିଶିଷ୍ଟ ବ୍ୟକ୍ତି ସମେତ ରାଜନେତା ଓ ସ୍ୱାଧୀନତା ସଂଗ୍ରାମୀ ମାନେ ଶେଷ ଦର୍ଶନ ନିମନ୍ତେ ତାଙ୍କ ବାସଭବନରେ ପହଁଚିଛନ୍ତି ।