ନବରଙ୍ଗପୁର (ଏଟିଆର ବ୍ୟୁରୋ ) ; ନବରଙ୍ଗପୁର ଡାବୁଗାଁ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମହାପୁରୁଷ ଗୋପବନ୍ଧୁ ଦାସଙ୍କ ୧୪୧ ତମ ଜୟନ୍ତୀ ପଳିତ ହୋଇଯାଇଛି । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧୀନ ଜିଲ୍ଲା ଅନୁସୂଚିତ ଜାତି ଜନଜାତି ବିଭାଗ ଦ୍ୱାରା ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ସ୍ୱାଇଁଙ୍କ ଅଧକ୍ଷତାରେ ଆୟୋଜିତ ସଭାରେ ବିଦ୍ୟାଳୟର ବହୁ ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କ ସମେତ ଅନେକ ଛାତ୍ରଛାତ୍ରୀ ଯୋଗଦାନ କରି ଗୋପବନ୍ଧୁଙ୍କ ଜୀବନୀ ଉପରେ ଆଲୋଚନା କରିଥିଲେ । ଗୋପବନ୍ଧୁଙ୍କର ଆଦର୍ଶକୁ ଅନୁସରଣ କରିବାକୁ ବିଦ୍ୟାଳୟର ଶିକ୍ଷକମାନେ ଛାତ୍ରଛାତ୍ରୀ ମାନଙ୍କୁ ଉପଦେଶ ଦେଇଥିଲେ । ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବକ୍ତୃତା , ପ୍ରବନ୍ଧ, ଓ ଚିତ୍ରାଙ୍କନ ପ୍ରତିଯୋଗିତମାନ ହୋଇଥିଲା । ଶେଷରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିବାର ସୂଚନା ମିଳିଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024