ମୁମ୍ବାଇ(ଏଟିଆର ବ୍ୟୁରୋ): ବଲିଉଡର ଚର୍ଚ୍ଚିତ ଚଳଚ୍ଚିତ୍ର ନିର୍ମାତା ଏକତା କପୁରଙ୍କ ବ୍ୟାଗରୁ ଚୋରି ହୋଇଛି ଟଙ୍କା । ଏନେଇ ସେ ମୁମ୍ବାଇ ଜୁହୁ ପୋଲିସ ଷ୍ଟେସନରେ ଲିଖିତ ଅଭିଯୋଗ କରିଛନ୍ତି । ତାଙ୍କ ହ୍ୟାଣ୍ଡବ୍ୟାଗରୁ ନଗଦ ୬୦୦୦୦ ଟଙ୍କା ଚୋରି ହୋଇଥିବାର ସେ ଅଭିଯୋଗ କରିଛନ୍ତି । ପୋଲିସ ଏନେଇ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।
ଅଭିଯୋଗ ପତ୍ରରେ ଏକତା ନିଜ ବାସଭବନ ଜୁହୁ ବଙ୍ଗଳାରୁ ଏହି ଟଙ୍କା ଚୋରି ହୋଇଥିବା ଦର୍ଶାଇଛନ୍ତି । ତାଙ୍କ ବଙ୍ଗଳାର କୌଣସି କର୍ମଚାରୀ କିମ୍ବା ଅନ୍ୟ କେହି ଏଥିରେ ସମ୍ପୃକ୍ତ ରହିଥିବା ପୋଲିସ ସନ୍ଦେହ କରୁଛି । ଏକତା ତାଙ୍କ ବ୍ୟାଗରେ ଦେଢ ଲକ୍ଷ ଟଙ୍କା ରଖିଥିବା ବେଳେ ପରେ ସେଥିରୁ ୬୦୦୦୦ ଟଙ୍କା ନଥିବାର ଜାଣିବାକୁ ପାଇଲେ । ସେପଟେ ଘରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024