ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଗାମୀ ନିର୍ବାଚନ ଲାଗି ରାଜ୍ୟ ସରକାର ବିଭିନ୍ନ ଯୋଜନା କରିଚାଲିଛନ୍ତି । ପିଠା ଯୋଜନା, କାଳିଆ ଯୋଜନା, ଏଲଇଡି ଯୋଜନା ପରେ ଏବେ ଆରମ୍ଭ ହୋଇଛି ସୁନେତ୍ର ଯୋଜନା । ଏନେଇ ମଙ୍ଗଳବାର ଏହି ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଛନ୍ତି । ଆଜିଠୁ ଏହି ଯୋଜନା ଆରମ୍ଭ ହୋଇଛି । ଏହି ଯୋଜନାର ଲାଭ ରାଜ୍ୟର ସମସ୍ତ ବର୍ଗର ଲୋକ ଉଠାଇପାରିବେ । ଏହାସହିତ ପ୍ରତିବର୍ଷ ସ୍କୁଲରେ ଛାତ୍ରଛାତ୍ରୀମାନଙ୍କର ମାଗଣାରେ ଚକ୍ଷୁ ଚିକିତ୍ସା କରାଯିବ । ବୟସ୍କ ଲୋକଙ୍କ ପାଇଁ ପ୍ରତିବର୍ଷ ମାଗଣାରେ ଆଖି ପରୀକ୍ଷା ହେବା ସହ ଚଷମା ବ୍ୟବସ୍ଥା ମଧ୍ୟ କରାଯିବ । ଏହାବ୍ୟତିତ ମୋତିଆବିନ୍ଦୁ ପାଇଁ ମଧ୍ୟ ମାଗଣା ଅସ୍ତ୍ରୋପଚାର କରାଯିବ । ଏହି ଯୋଜନାର ସୁବିଧା ସମସ୍ତ ଜିଲ୍ଲା ଡାକ୍ତରଖାନା , ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ମେଡିକାଲ କଲେଜରେ ପାଇ ପାରିବେ ଲୋକେ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024