ଭୁବନେଶ୍ୱର (ଏଟିଆର ବ୍ୟୁରୋ); ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ । ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ । ସେହିପରି ଜ୍ୟୋତିଷୀୟ ଗଣନା ଅନୁସାରେ ଆଜି ହେଉଛି ମେଷ ସଂକ୍ରାନ୍ତି । ଓଡ଼ିଶାରେ ଆଜିଠାରୁ ନୂଆ ପାଞ୍ଜି ପ୍ରଚଳନ ଆରମ୍ଭ ହୁଏ । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଇଥାଏ।
ଆଜି ପ୍ରତି ଓଡ଼ିଆ ଘର ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖାଯାଏ । ଏହି ଠେକି ତଳେ ଏକ ଛୋଟ ଛିଦ୍ରଥାଏ, ଯଦ୍ୱାରା ପାଣି ତୁଳସୀ ଗଛରେ ପଡିପାରିବ । ଆଜିର ଦିନରେ ଦେବାଦେବୀଙ୍କ ନିକଟରେ ସ୍ୱତନ୍ତ୍ର ପୂଜାର୍ଚ୍ଚାନା ସହ ଛତୁଆ ଓ ପଣା ଭୋଗର ବିଧି ରହିଛି। ଏଥିସହ ବ୍ରତଧାରୀମାନେ କଣ୍ଟା ଓ ଜଳନ୍ତା ଅଗ୍ନିରେ ଚାଲିଲେ ମାନସିକ ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି।
ଆଜି ମଧ୍ୟ ସମଗ୍ର ଓଡ଼ିଶାରେ ହନୁମାନ ଜୟନ୍ତି ଭାବେ ପାଳନ କରାଯାଏ । ଓଡ଼ିଆ ଲୋକମାନେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି । କେବଳ ହନୁମାନ ନୁହଁନ୍ତି,ଆଜି ଦିନରେ ଲୋକମାନେ ଶିବ ମନ୍ଦିର, ସୂର୍ୟ୍ୟମନ୍ଦିର ଓ ଦେବୀ ମନ୍ଦିର ଯାଇ ଦର୍ଶନ କରିଥାନ୍ତି । ବିଶେଷ କରି ମା ତାରିଣି ପୀଠରେ ଆଜି ଉତ୍ସବ ପାଳନ ହୋଇଥାଏ । ଆଜି ଦିନର ଆଉ ଏକ ବିଶେଷତ୍ୱ ହେଉଛି ବେଲ ପଣା ସେବନ । ଓଡ଼ିଶାର ବିଭିନ୍ନ ସ୍ଥାନ ଓ ଦେବାଳୟରେ ପଣା ବଣ୍ଟନ କରାଯାଇଥାଏ ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024