ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ୪୮ ଘଣ୍ଟା ଭିତରେ ରାଜ୍ୟରେ ମୌସୁମୀ ସକ୍ରିୟ ହେବ। ଯଦି ପାଗ ଅନୁକୂଳ ରୁହେ ତାହେଲେ ଆସନ୍ତାକାଲି ସୁଦ୍ଧା ମୌସୁମୀ ବାୟୁ ଓଡିଶା ଛୁଇଁବା ସମ୍ଭାବନା ରହିଛି।ସେହିଭଳି ୧୪ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ପୁରୀ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଗୁରୁବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେପଟେ ରାଜ୍ୟରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା। ଆଜି ସକାଳୁ ରାଜ୍ୟର କେତେକ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଆରମ୍ଭ ହୋଇଛି । ମୌସୁମୀ ଛୁଇଁବାର ୩ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।ତେବେ ମୌସୁମୀ ଲଘୁଚାପ ନେଇ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଏହା ଦକ୍ଷିଣ ଓଡ଼ିଶାରେ ସକ୍ରିୟ ହେବ। ପରବର୍ତ୍ତୀ ସମୟରେ ସାରା ଓଡ଼ିଶାକୁ ମୌସୁମୀ ବାୟୁ ଛୁଇଁବ । ଏହି ଲଘୁଚାପ ଓଡିଶାରେ ମୌସୁମୀ ପ୍ରବେଶକୁ ତ୍ୱରାନ୍ୱିତ କରିବ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।ଏହାର ଉପକୂଳ ଓଡ଼ିଶାରେ ବି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି