ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷାର ପରିମାଣ ବଢିବ । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ତେବେ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ସବୁ ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ସୂଚନା ରହିଛି । ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆସନ୍ତା ୧୨ ଘଣ୍ଟାରେ ଉତ୍ତର ଓଡ଼ିଶାର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସୂଚନାଯୋଗ୍ୟ ଗତ ୧୪ ତାରିଖରେ ହୋଇଥିବା ବର୍ଷାରେ ଦକ୍ଷୀଣ ଓଡିଶାରେ ଏକ ପ୍ରକାର ବନ୍ୟାର ପରିସ୍ଥିତି ଦେଖିବାକୁ ମିଳିଥିଲା ।