ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ପଶ୍ଚିମବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗୂର୍ଣ୍ଣିବଳୟ ଏବେ ଲଘୁଚାପର ରୂପ ନେଇଛି । ଯାହାର ପ୍ରଭାବରେ ଆଜି ବର୍ଷାର ପରିମାଣ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟର କେତେକ ଜିଲ୍ଲାରେ ଘଡଘଡି ସହିତ ବର୍ଷା ହେବାର ଅନୁମାନ କରାଯାଇଛି । ଏନେଇ ଆଜି ସକାଳୁ ୧୧ ଜିଲ୍ଲାକୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ ଏବଂ କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିଭଳି ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, କୋରାପୁଟ ଓ କେନ୍ଦ୍ରାପଡ଼ା ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି ।
ଅନ୍ୟପଟେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବୌଦ୍ଧ ଓ ପୁରୀ ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି । ଏଥିନେଇ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ମାନେ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରାଯାଇଛି । ସେହିଭଳି ଲଘୁଚାପ ପ୍ରଭାବରେ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି । ଭୁବନେଶ୍ୱର ସମେତ ବିଭିନ୍ନ ଉପକୂଳ ଜିଲ୍ଲା ମାନଙ୍କରେ ପାଗ ଗତକାଲି ସକାଳ ଠାରୁ ମେଘୁଆ ରହିଛି ।