ବାଲେଶ୍ୱର (ଏଟିଆର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବସ ଓ ଟ୍ରକ ମଧ୍ୟରେ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବା ଜଣାଡିଛି । ଚନ୍ଦନେଶ୍ୱର- ଜଳେଶ୍ୱର ରାସ୍ତାର ନାମ୍ପୋ ଫାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ନୋରାନୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ ଚନ୍ଦନେଶ୍ୱରରୁ ବାଲେଶ୍ୱର ଆଭିମୁଖ୍ୟ ସକାଳ ୮.୩୦ ରେ ବହାରି ଥିଲା ।
ତେବେ ନାମ୍ପୋ ଠାରେ ବସଟି ଏକ ବାଲି ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇ ପଡିଥିଲେ । ଦୁର୍ଘଟଣା ରେ ଆହତ ହୋଇଥିବା ଲୋକ ମାନଙ୍କୁ ସ୍ଥାନୀୟ ବାସିନ୍ଦା ଓ ନାମ୍ପୋ ଫାଣ୍ଡି ପୋଲିସ ଉଦ୍ଧାର କରି ଜଳେଶ୍ୱର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରୁ ଡ୍ରାଇଭର, ହେଲପର ଓ କଣ୍ଡକ୍ଟର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବସଟିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।