ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ୨୦୧୮ ପାଇଁ ଘୋଷଣା ହୋଇଛି ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ଆଜି ଏକ ସାମ୍ବାଦିକ ସମ୍ମୀଳନୀରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଏ ନେଇ ସୂଚନା ଦେଇଛନ୍ତି । ବିଶିଷ୍ଟ ନାଟ୍ୟକାର ତଥା ସଂଳାପକାର ବିଜୟ ମିଶ୍ରଙ୍କୁ ୨୦୧୮ବର୍ଷ ପାଇଁ ସମ୍ମାନଜନକ ‘ଜୟଦେବ ପୁରସ୍କାର’ ପ୍ରଦାନ କରାଯାଉଛି ବୋଲି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।
ଅନ୍ୟ ପକ୍ଷରେ ମିହିର ଦାସଙ୍କୁ ଶ୍ରେଷ୍ଠ ଅଭିନେତା, ଅର୍ଚ୍ଚିତାଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପୁରଷ୍କାର ପ୍ରଦାନ କରାଯିବ । ସେହିଭଳି ମନମୋହନ ମହାପାତ୍ରଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ମନୋନିତ ହୋଇଥିବା ବେଳେ ‘ଭିଜା ମାଟିର ସ୍ୱର୍ଗ’କୁ ଶ୍ରେଷ୍ଠ ଫିଲ୍ମ ପୁରଷ୍କାର ପ୍ରଦାନ କରାଯିବ । ଶ୍ରେଷ୍ଠ ଫିଲ୍ମ ‘ଭିଜା ମାଟିର ସ୍ୱର୍ଗ’ପାଇଁ ଅକ୍ଷୟ ପରିଜାଙ୍କୁ ମୋହନ ସୁନ୍ଦର ଦେବ ଗୋସ୍ୱାମୀ ସମ୍ମାନ ପ୍ରଦାନ କରାଯିବ । ଅନ୍ୟ ପଟେ ଡି. ନିରଞ୍ଜନ ରେଡ୍ଡୀଙ୍କୁ ଶ୍ରେଷ୍ଠ କାହାଣୀ ଓ ସଂଳାପ, କରୁଣାକର ଶେଷ୍ଠ ପ୍ରଚ୍ଛଦପଟ ଗାୟକ, ଅନ୍ତରା ଚକ୍ରବର୍ତ୍ତୀଙ୍କୁ ଶ୍ରେଷ୍ଠ ପ୍ରଚ୍ଛପଟ୍ଟ ଗାୟିକା , ବସନ୍ତରାଜ ସାମଲ ଶ୍ରେଷ୍ଠ ଗୀତିକାର ଓ ଶାନ୍ତିରାଜ ଖୋସଲା ଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଏହି ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି ।