ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ସକାଳୁ ସମଗ୍ର ରାଜ୍ୟର ପାଗ ଶୁଖିଲା ରହିଥିବା ବେଳେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଗଜପତି ଓ ରାୟଗଡା ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ପାଣିପାଗ କେନ୍ଦ୍ର ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିବା ସହ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଗଜପତି, ରାୟଗଡ଼ାରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ଥିବାବେଳେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଗଜପତି ଆଦି ଜିଲ୍ଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ସେହିପରି ଗତକାଲି ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଏବଂ ୪ରେ ଗଜପତି, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକର ଅଳ୍ପ କିଛି ସ୍ଥାନରେ ଏବଂ ରାୟଗଡ଼ା, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁରରେ ବର୍ଷାର ସମ୍ଭାବନା ରହିଛି।