ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚରେ ଲଘୁଚାପ ସୃଷ୍ଟି ହେବା କାରଣରୁ ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଲଘୁଚାପ କାରଣରୁ ଆଜିଠାରୁ ଆସନ୍ତ ୬ତାରିଖ ମଧ୍ୟରେ ହୋଇପାରେ ବର୍ଷା । ତେବେ ତାପରେ ପାଗ ଶୁଖିଲା ରହିବା ସହ ୯ତାରିଖରୁ ତାପମାତ୍ରା ବଢିବା ନେଇ ଅନୁମାନ କରାଯାଇଛି । ତେବେ ଆଜି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, ନୂଆପଡା, ବରଗଡ ଆଦି ଜିଲ୍ଳରେ ହାଳକା ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଗତକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ସ୍ବଳ୍ପ ଧରଣର ବର୍ଷା ହେବ। ୫ ଓ ୬ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ବହିବା ସହିତ ବଜ୍ରପାତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ତିନିଦିନ ଉକ୍ତ ଜିଲାଗୁଡ଼ିକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବାନୁଯାୟୀ, ୯ରୁ ଭୁବନେଶ୍ବରରେ ପାଗ ବଦଳିବା ସହ ତାପମାତ୍ରା ବଢ଼ିବ। ୯ରୁ ୧୨ ମଧ୍ୟରେ ସର୍ବାଧିକ ତାପମାତ୍ରା ୨ରୁ ୩ଡିଗ୍ରୀ ବଢ଼ିବାର ସମ୍ଭାବନା ରହିଛି।