ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ସାରା ବିଶ୍ୱକୁ ଏବେ କରୋନା ଚିନ୍ତା । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୯ ହଜାରରୁ ଅଧିକ ଲୋକ ଜୀବନ ନେଇ ସାରିଲାଣି । ଭାରତରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି ଭାରତରେ ୧୪୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଗତକାଲି ଆଉ ଜଣେ କରୋନା ଭାଇରସରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବାର ଜଣାପଡିଛି । ତେବେ କରୋନା ଭାଇରସରେ ଭାରତରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । କରୋନା ଭାଇରସର ମୁକାବିଲା କରିବା ପାଇଁ କେନ୍ଦ୍ର ସରକାର ବିଭିନ୍ନ ପ୍ରକାରର କଟକଣା ଜାରି କରୁଛନ୍ତି ।
ତେବେ ଏହାରି ଭିତରେ ଆସନ୍ତା ମାର୍ଚ୍ଚ ୨୨ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଭାରତ ଆସୁଥିବା ସମସ୍ତ ଅନ୍ତରାଷ୍ଟ୍ରୀୟ ବିମାନ ପ୍ରବେଶ ଉପରେ ରୋକ ଲଗାଇ ଦିଆଯାଇଛି । ମାର୍ଚ୍ଚ ୨୨ରୁ ଦେଶରେ କୌଣସି ବି ଅନ୍ତର୍ଜାତୀୟ ବିମାନକୁ ଆସିବାକୁ ଅନୁମତି ଦିଆଯିବ ନାହିଁ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏହା ସହ ସରକାର ଏକ ଆଡଭାଇଜରୀ ଜାରି କରିଛନ୍ତି । ଯେଉଁଥିରେ ସରକାର ୧୦ ବର୍ଷରୁ କମ ବୟସର ଶିଶୁ ଓ ୬୫ ବର୍ଷରୁ ଅଧିକ ବୟସର ବୃଦ୍ଧଙ୍କୁ ଘରେ ରହିବାକୁ ଉପଦେଶ ଦେଇଛନ୍ତି।