ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା କାଲି ଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟିରେ ସବୁ ପାର୍କ ବନ୍ଦ ରହିବ । ଏନେଇ ବିଏମସି ଓ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ସରକାରୀ ଓ ବେସରକାରୀ ପାର୍କ ବନ୍ଦ ରହିବ । କରୋନା ଭାଇରସର ମୁକାବିଲା ପାଇଁ ଏଭଳି ନିଷ୍ପତି ନିଆଯାଇଛି ବୋଲି ବିଏମସି ଓ ସିଏମସି ପକ୍ଷରୁ କୁହାଯାଇଛି ।
ସୂଚନା ଯୋଗ୍ୟ କରୋନା ଭାଇରସରେ ଭାରତରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସାରା ବିଶ୍ୱକୁ ଏବେ କରୋନା ଭୟ । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୯ ହଜାରରୁ ଅଧିକ ଜୀବନ ନେଇ ସାରିଲାଣି । ସେହିପରି ଭାରତରେ ୨୫୦ରୁ ଉର୍ଦ୍ଧ ବ୍ୟକ୍ତି ଏହି ଭାଇରସରେ ଆକ୍ରାନ୍ତା ହୋଇଥିବାର ସୂଚନା ରହିଛି । ଏଥିରେ ୩୨ ଜଣ ବିଦେଶୀ ନାଗରିକ ଥିବାର ଜଣାପଡିଛି । ଅନ୍ୟପଟେ କରୋନା ମୁକାବିଲା ପାଇଁ ଆସନ୍ତା ୨୨ ତାରିଖ ଦିନ ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ଗାଇଡ ଲାଇନ ଜାରି କରାଯାଇଛି ।