ଗଞ୍ଜାମ(ଏଟିଆର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ଆଉ ଅଟକିବ ନାହିଁ ବାହାର ରାଜ୍ୟର ଗାଡି । ବାହାର ରାଜ୍ୟର ଓ ଅନ୍ୟ ଜିଲ୍ଲାର କୌଣସି ବସ, ଟ୍ରକ ଭଳି ବଡ ଗାଡି ଗଞ୍ଜାମ ଜିଲ୍ଲା ଦେଇ ଯାଉଥିଲେ ଏହା ଗଞ୍ଜାମ ଜିଲ୍ଲା ଭିତରେ ରହିପାରିବ ନାହିଁ । ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଜିଲ୍ଲାପାଳ ବିପର୍ୟ୍ୟୟ ପରିଚାଳନା ଆକ୍ଟ୨୦୦୫, ଏମଭି ଆକ୍ଟ ୧୯୮୮ର ସେକ୍ସନ ୧୧୫ ଓ ଓଏମଭି ୧୯୯୩ର ରୁଲ ୧୭୩ ଆଧାରରେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନୟମକୁ ନମାନିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି । ରାଜ୍ୟରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାରର କଟକଣା ଜାରି କରାଯାଉଛି ।
ସୂଚନା ଯୋଗ୍ୟ କରୋନା ଭାଇରସରେ ଭାରତରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ସାରା ବିଶ୍ୱକୁ ଏବେ କରୋନା ଭୟ । ଚୀନର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ ୯ ହଜାରରୁ ଅଧିକ ଜୀବନ ନେଇ ସାରିଲାଣି । ସେହିପରି ଭାରତରେ ୨୫୦ରୁ ଉର୍ଦ୍ଧ ବ୍ୟକ୍ତି ଏହି ଭାଇରସରେ ଆକ୍ରାନ୍ତା ହୋଇଥିବାର ସୂଚନା ରହିଛି । ଏଥିରେ ୩୨ ଜଣ ବିଦେଶୀ ନାଗରିକ ଥିବାର ଜଣାପଡିଛି । ଅନ୍ୟପଟେ କରୋନା ମୁକାବିଲା ପାଇଁ ଆସନ୍ତା ୨୨ ତାରିଖ ଦିନ ଜନତା କର୍ଫ୍ୟୁ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ଏହା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ମୁକାବିଲା ପାଇଁ ବିଭିନ୍ନ ପ୍ରକାରର ଗାଇଡ ଲାଇନ ଜାରି କରାଯାଇଛି ।