ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାଫଳରେ ଏବେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ ସାଇଟରେ ସୂଚନା ଦିଆଯାଇଛି । ଚିହ୍ନଟ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମଳିଛି । ସେହିଭଳି ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨ କୁ ବୃଦ୍ଧି ପାଇଛି ।
୨ୟ ମୃତକ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣା ପଡିଛି । ମାତ୍ର ତାଙ୍କ ନେଇ କୌଣସି ସ୍ପଷ୍ଟ ସୂୂଚନା ମିଳିନାହିଁ । ସୂଚନାଯୋଗ୍ୟ ଏବେ ରାଜ୍ୟରେ ମୋଟ ୧୭୭ ଟି କେସ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୫ ଟି କେସ ଆକ୍ଟିଭ ରହିଛି । ୬୦ ଜଣ ବିଭିନ୍ନ ପର୍ଯ୍ୟାୟରେ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୨ ରହିଛି ।