ଭୁବନେଶ୍ୱର(ଏଟିଆର ବ୍ୟୁରୋ): ରାଜ୍ୟରେ ବିଗୁଡୁଛି କରୋନା ସ୍ଥିତି । ଆଜି ସକାଳୁ ଆଉ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ କେନ୍ଦ୍ରପଡା ଓ ରାଉରକେଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୩ ଜଣ ସୁରଟ ଫେରନ୍ତ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ରାଉରକେଲା ରୁ ଯେଉଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେ ପୂର୍ବରୁ ଆକ୍ରାନ୍ତ ହୋଇଥିବା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା କଥା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି ।
ସୂଚନାଯୋଗ୍ୟ ବର୍ତ୍ତମାନ ରାଜ୍ୟର ୨୧ଟି ଜିଲ୍ଲାରେ ମୋଟ ୩୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ରାଜ୍ୟର ସର୍ବଧିକ ୧୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୮ ଜଣ ସୁସ୍ଥ ହୋଇଥିବା ବେଳେ ୩ଜଣଙ୍କ ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ରାଜ୍ୟରେ ମୋଟ ୩୨୦ଟି ସକ୍ରିୟ କେସ୍ ରହିଛି । ଏନେଇ ରାଜ୍ୟ ସ୍ୱାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Infographic on #COVID19 status of #Odisha upto 10th May, 2020.#OdishaFightsCorona pic.twitter.com/i9RtJvlwNv
— H & FW Dept Odisha (@HFWOdisha) May 11, 2020