ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଆଜି ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଜ୍ୟର ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳକୁ ଆଜି ଆକାଶମାର୍ଗରୁ ବୁଲି ଦେଖିବେ ପ୍ରଧାନମନ୍ତ୍ରୀ । ଏହାପରେ ରାଜ୍ୟ ସରକାରଙ୍କ ସହ ସମୀକ୍ଷା ବୈଠକ କରିବେ ପ୍ରଧାନମନ୍ତ୍ରୀ । ଏଥିରେ ରିଲିଫ୍ ଏବଂ ପୁନରୁଦ୍ଧାର କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା ହେବ । ଏନେଇ ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି କୁହାଯାଇଛି ।
Tomorrow, PM @narendramodi will travel to West Bengal and Odisha to take stock of the situation in the wake of Cyclone Amphan. He will conduct aerial surveys and take part in review meetings, where aspects of relief and rehabilitation will be discussed.
— PMO India (@PMOIndia) May 21, 2020
ପ୍ରଧାନମନ୍ତ୍ରୀ ଆକାଶମାର୍ଗରୁ ବାତ୍ୟା ଦ୍ୱାରା ପ୍ରାଭାବିତ ହୋଇଥିବା ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲାବେଳେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡଙ୍ଗୀ ଉପସ୍ଥିତ ରହିବେ ।
ପ୍ରଧାନମନ୍ତ୍ରୀ ପ୍ରଥମେ ପଶ୍ଚିମବଙ୍ଗର ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳ ବୁଲି ଦେଖିବା ପରେ ଅପରାହ୍ନରେ ଓଡିଶା ଅଭିମୁଖେ ଯାତ୍ରା ଆରମ୍ଭ କରିବେ ।
ସୂଚନାଯୋଗ୍ୟ, ବାତ୍ୟା ଅମ୍ପାନ ଦ୍ୱାରା ଅନେକ କ୍ଷୟ କ୍ଷତି ଘଟିଛି । ପଶ୍ଚିମବଙ୍ଗରେ ୭୨ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଓଡିଶା ଏବଂ ପଶ୍ଚିମବଙ୍ଗରେ ଅନେକ ଘର ଦ୍ୱାରା ଭାଙ୍ଗି ମାଟିରେ ମିଶି ଯାଇଛି । ଅନେକ ଲୋକ ବାସହରା ହୋଇ ଯାଇଛନ୍ତି । ଉଜୁଡି ଯାଇଛି ସମସ୍ତ ଫସଲ ।