ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଜାରି ରହିଛି କରୋନା ପ୍ରକୋପ । ଦେଶରେ ଦ୍ରୁତ ବେଗରେ ବଢି ଚାଲିଛି କରୋନା ଅକ୍ରାନ୍ତଙ୍କ ସଂଖ୍ୟା । ଆଜି ବି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮ହଜାର ୩୯୨ ଟି ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୨୩୦ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୦ ହଜାର ୫୩୫ କୁ ବୃଦ୍ଧି ପାଇଛି ।
ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୩ ହଜାର ୩୨୨ ଟି ସକ୍ରିୟ ମାମଲା ରହିଥିବା ବେଳେ ୯୧ ହଜାର ୮୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହିତ ଏହି ଭାଇରସରେ ଏପର୍ଯ୍ୟନ୍ତ ୫୩୯୪ ଜଣଙ୍କର ମୃତ୍ୟୁ ହୋଇ ସାରିଲେଣି ।