ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଏବଂ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସବୁ ଜିଲ୍ଲା ମାନଙ୍କରେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ସେହିପରି ଆସନ୍ତା କାଲି ରାଜ୍ୟର କେନ୍ଦୁଝର, ଅନୁଗୁଳ, ଙ୍କୋନାଳ, ଯାଜପୁର, ଭଦ୍ରକ, ବଲାଙ୍ଗୀର ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସବୁ ଜିଲ୍ଲା ମାନଙ୍କରେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ଦିନ ଅପରାହ୍ନ ରେ ରାଜ୍ୟର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ବରଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର ଏବଂ ଝାରସୁଗୁଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାର କରାଯାଇଛି।
ସେହିପରି ସୋମବାର ଅପରାହ୍ନ ସୁଦ୍ଧା ସୁନ୍ଦରଗଡ, ଦେବଗଡ, ନୂଆପଡା, କାଳାହାଣ୍ଡି, କାନ୍ଧମାଳ, କଟକ ଏବଂ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।