ନୂଆଦିଲ୍ଲୀ(ଏଟିଆର ବ୍ୟୁରୋ): ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟରୁ ମିଳିଥିବା ସୂଚନା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧୭ ହଜାର ୨୯୬ଟି ନୂତନ ମାମଲା ସାମ୍ନାକୁ ଆସିଛି । ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୯୦ ହଜାର ୪୦୧କୁ ବୃଦ୍ଧି ପାଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ହଜାର ୩୦୧ରେ ପହଞ୍ଚିଛି । ତେବେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୨, ୮୫ ହଜାର ୪୩୭ ଜଣ ସୁସ୍ଥ ହୋଇଛନ୍ତି। ସେହିଭଲି ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୮୯ ହଜାର ୪୬୩ ସକ୍ରିୟ ଅଛନ୍ତି।ଏବେ ସେମାନେ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।