ଭୁବନେଶ୍ୱର(ଏଟିଆର ବ୍ୟୁରୋ): ଓଡିଶାରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲା ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ନେଇ ରାଜ୍ୟର ୫ ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଅଞ୍ଚିଳିକ ପାଣିପାଗ ବିଭାଗ । ସମ୍ବଲପୁର, ବରଗଡ, ସୋନପୁର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଲାମାନଙ୍କରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି କଟକ, କେନ୍ଦ୍ରପଡା, ବଲେଶ୍ୱର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେଓଝର, ଝାଡସୁଗୁଡା, କୋରାପୁଟ, ମାଲାକାନାଗିରି ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷ ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ମାନଙ୍କରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଆଜି ରାଜ୍ୟରେ ସର୍ବାଧିକ ୩୭.୭ ଡିଗ୍ରୀ ତାପମାତ୍ରା ଅନୁଗୁଳୁରେ ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରରେ ୩୩.୨ ଡିଗ୍ରୀ ଓ କଟକରେ ୩୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।