ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ଯେଉଁଭଳି ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି ସେହି ଅନୁପାତରେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି । ଆଜି ରବିବାର ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଯାହା ଫଳରେ ଏବେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ତେବେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ୫ ମୃତକଙ୍କ ମଧ୍ୟରୁ ୩ ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବା ବେଳେ ଜଣେ ଜଗତସିଂହପୁର ଜିଲ୍ଲା ଓ ଆଉ ଜଣେ ସୁନ୍ଦରଗଡ ଜିଲ୍ଲାରୁ । ଆଜି ଗୋଟିଏ ଦିନରେ ଓଡିଶାରୁ ୭୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୪୩୭ କୁ ବୃଦ୍ଧି ପାଇଛି । ରାଜ୍ୟରେ ମୋଟ୍ ୧୧, ୯୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୩୮୧ ସକ୍ରିୟ ମାମଲା ରହିଛି ।