ଭୁବନେଶ୍ୱର (ଏଟିଆର ବ୍ୟୁରୋ): ଚଳିତବର୍ଷ ରାଜ୍ୟରେ ବର୍ଷା ଡେରିରେ ହୋଇଥିବା ବେଳେ ଏବେ ଧୀରେ ଧୀରେ ଲଘୁଚାପ ଜନିତ ବର୍ଷା ହେବାରେ ଲାଗିଛି । କିଛି ଦିନ ତଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖିବାକୁ ମିଳିଛି । ତେବେ ରାଜ୍ୟରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଉତ୍ତର- ପୂର୍ବ ବଙ୍ଗୋପସାଗର ଓ ତା ପାଖରେ ଅବସ୍ଥିତ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ଏକ ସାଇକ୍ଲୋନିକ୍ ସଞ୍ଚାର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି।
ଲଘୁଚାପ ସୃଷ୍ଟିହେବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଧୀରେ ଧୀରେ ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୦ ତାରିଖରେ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏଥିସହ ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ଅଙ୍ଗୁଲ, ଦେଓଗଡ, ସମ୍ବଲପୁର ଜିଲ୍ଲା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
୨୧ ତାରଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବାବେଳେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗୀର, ନୂଆପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024