ମୁମ୍ବାଇ(ଏଟିଆର ବ୍ୟୁରୋ):କରୋନା ମହାମାରୀ ମୁମ୍ବାଇକୁ କାବୁ କରିଥିବା ବେଳେ ଗତ କାଲୁ ସନ୍ଧ୍ୟାରେ ମହାରାଷ୍ଟ୍ରର ରାଇଗଡ ଜିଲ୍ଲାରେ କୋଠା ଭୁଶୁଡ଼ିଛି । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସମବେଦନା ଜଣାଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ଓ ଏନ୍ଡିଆର୍ଏଫ୍ ଦଳ ମିଶି ସମସ୍ତ ସହାୟତା ଯୋଗାଉଥିବାରୁ ପ୍ରଧାନମନ୍ତ୍ରୀ । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ଏବେ ସୁଦ୍ଧା ସେଠାରେ ୬୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହୁରି ପ୍ରାୟ ୨୦-୨୫ ଜଣ ଲୋକ ସେଠାରେ ଫସି ରହିଥିବା କୁହାଯାଇଛି ।
ମହାରାଷ୍ଟ୍ରର ରାୟଗଡର ମହାଦ ଠାରେ କୋଠା ଭୁଶୁଡ଼ିବା ଏବଂ ଜଣେ ବ୍ୟକ୍ତି ପ୍ରାଣ ହରାଇବା ଖବର ଅତ୍ୟନ୍ତ ଦୁଃଖଦାୟକ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ଟ୍ବିଟର୍ ଆକାଉଣ୍ଟ୍ରେ ଲେଖି ସମ୍ବେଦନା ଜଣାଇଛନ୍ତି । ମୁଁ ଏବଂ ମୋର ପ୍ରାର୍ଥନା ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ସହିତ ଅଛି। ମୁଁ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ଏହି ଘଚଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଟ୍ବିଟର୍ ଆକାଉଣ୍ଟ୍ରେ କହିଛନ୍ତି ‘ମହାରାଷ୍ଟ୍ରର ରାୟଗଡ ମହାଦ ଠାରେ କୋଠା ଭୁଶୁଡ଼ିବା ଘଟଣାରେ ମୁଁ ଖୁବ୍ ଦୁଃଖିତ। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହ ମୁଁ ଅଛି। ମୁଁ ପ୍ରାର୍ଥନା କରୁଛି ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ। ଗତକାଲି ସଂଧ୍ୟାରେ ମହାରାଷ୍ଟ୍ରର ରାଇଗଡ଼ ଜିଲ୍ଲାର ମହଦଠାରେ ଏକ ପାଞ୍ଚ ମହଲା କୋଠା ଭୁଶୁଡ଼ିବା ଘଟଣାରେ ପାଞ୍ଚ ଜଣଙ୍କୁ ସନ୍ଦେହ କରି କରି ପୁଲିସ୍ ପାଞ୍ଚ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024