ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ ପୁଣି ୧୦ ଜଣଙ୍କ ଜୀବନ ନେଲା କରୋନା । ଏହି ସଂଖ୍ୟା ମିଶିବା ପରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
ତେବେ ଆଜି ୧୦ ଜଣ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, ନୟାଗଡ, ରାୟଗଡା, ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ରାଜ୍ୟରେ ମୋଟ୍ ୧୦୩୫୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୭୫୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୨୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।