ଭୁବନେଶ୍ୱର(ଏଟିଆର ବ୍ୟୁରୋ) : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ହୋଇଛି । ତେବେ ମୌସୁମୀ ଓଡିଶା ଛାଡି ଏବେ ଅନ୍ୟ ରାଜ୍ୟ ଆଡକୁ ଗତି କରୁଛି । ଫଳରେ ଆସନ୍ତା ୨/୩ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷାର ହେବାର କୌଣସି ସମ୍ଭାବନା ନାହିଁ। ପଶ୍ଚିମବଙ୍ଗ ଓ ଝାରଖଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଛତିଶଗଡ଼ ଉପରେ ରହିଛି। ଏହା ପ୍ରଭାବରେ ଏବେ ଓଡ଼ିଶା ଉପରେ ମୌସୁମୀର ପ୍ରଭାବ ଅଧିକ ଶକ୍ତିଶାଳୀ ନାହିଁ। ଫଳରେ ରାଜ୍ୟରେ ଆସନ୍ତା ଦିନରେ କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ୱାସଙ୍କ କହିବା ଅନୁସାରେ , ଆସନ୍ତାକାଲି ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ଓ ରାଜ୍ୟର ବାକି ଅଞ୍ଚଳରେ କ୍ୱଚିତ ବର୍ଷା ହେବାର ସମ୍ଭାବନା ଅଛି । ମାଲକାନଗିରି, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି କିନ୍ତୁ ରାଜ୍ୟର ବାକି ସ୍ଥାନରେ ବେଶି ବର୍ଷାର ସମ୍ଭାବନା ନାହିଁ। କଟକ ଓ ଭୁବନେଶ୍ୱରରେ ଏହି ୩ ଦିନରେ ମେଘୁଆ ପାଗ ରହିବ । କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ହେଲେ ଅଧିକ ବର୍ଷା ହେବ ନାହିଁ ।
JUST IN
-
ପିକ୍ ଆୱାରରେ କାମ ନକରିବାକୁ ଜନସାଧାରଣଙ୍କୁ ଏସଆରସିଙ୍କ ଅପିଲ | 31 May 2024
-
ଅସମ୍ଭାଳ ଗୁଳୁଗୁଳି, ୯ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ | 31 May 2024
-
ଆସନ୍ତାକାଲି ଶେଷ ପର୍ଯ୍ୟାୟ ନିର୍ବାଚନ | 31 May 2024
-
ଜୁନ୍ ପ୍ରଥମ ସପ୍ତାହରୁ ଆରମ୍ଭ ଯୁକ୍ତ ତିନି ନାମଲେଖା ପ୍ରକ୍ରିୟା | 29 May 2024
-
ଏଣିକି ଭୁବନେଶ୍ୱରରୁ ସିଧା ମାଲେସିଆ ବିମାନ ଯାତ୍ରା | 29 May 2024
-
ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା | 29 May 2024
-
ହିଟ୍ ୱେଭ ପାଇଁ ଆଜି ରାଜ୍ୟର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ | 29 May 2024
-
ଶେଷ ପର୍ଯ୍ୟାୟ ନିର୍ବାଚନ, ଆଜି ଓଡିଶାର ୩ ଟି ସ୍ଥାନରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ମୋଦି | 29 May 2024
-
ଆଗାମୀ ୪ ଦିନ ମଧ୍ୟରେ କେରଳ ଛୁଇଁବ ମୌସୁମୀ ବାୟୁ | 28 May 2024
-
ରାଜ୍ୟରେ ଆଜିଠୁ ପୁଣି ବଢିବ ତାପମାତ୍ରା | 28 May 2024
-
ମାଟ୍ରିକ ରେଜଲ୍ଟ ରିଚେକିଂ ପାଇଁ ଏହି ତାରିଖରୁ କରିପାରିବେ ଆବେଦନ | 26 May 2024
-
ମାଟ୍ରିକ ରେଜଲ୍ଟ ପ୍ରକାଶ | 26 May 2024