ଭୁବନେଶ୍ୱର ( ଏଟିଆର ବ୍ୟୁରୋ): ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରେ ୧୧ ଜଣଙ୍କର ମୃତ୍ୟୁ ହୋଇଛିି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦ କୁ ବୃଦ୍ଧି ପାଇଛି ।
ଆଜି ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗୀର , କନ୍ଧମାଳ, ଖୋର୍ଦ୍ଧା, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।
ଏହି ସଂଖ୍ୟା ମିଶିବା ପରେ ରାଜ୍ୟରେ ମୋଟ କରୋନା ସଂକ୍ରମିତ ସଂଖ୍ୟା ୧୩୫୧୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । ଆଜି ଚିହ୍ନଟଙ୍କ ମଧ୍ୟରୁ ୨୨୧୦ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୧୫୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏବେ ରାଜ୍ୟରେ ମୋଟ ୩୨୩୧୨ଟି ଆକ୍ଟିଭ କେସ ରହିଛି ।