ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପରଲୋକରେ ଓଡିଆ ଫିଲ୍ମ ଜଗତର ବରିଷ୍ଠ ଅଭିନେତା ଅଜିତ ଦାସ । ୭୦ଦଶକର ଲୋକପ୍ରିୟ ଅଭିନେତା ଅଜିତ ଦାସ ଆଉ ନାହାନ୍ତି । ଆଜି ୭୧ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ତାଙ୍କର ଦେହାନ୍ତ ଘଟିଛି । ଗତ କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଠିକ ନଥିବାରୁ ସେ ଚିକିତ୍ସା ନିମନ୍ତେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି । ଏନେଇ ତାଙ୍କ ପତ୍ନୀ ମାୟା ଦାଶ ସୂଚନା ଦେଇଛନ୍ତି ।
ମୟୂରଭଞ୍ଜର କାଞ୍ଚିଆରେ ଜନ୍ମଗ୍ହଣ କରିଥିବା ଏହି ଅଭିନେତା ଜଣକ ସିନ୍ଦୁରବିନ୍ଦୁ ଫିଲ୍ମ ଜରିଆରେ ନିଜର ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ । ଏହାଛଡା ହାକିମ ବାବୁ, ମା, ତୁଣ୍ଡବାଇଦ ଫିଲ୍ମରେ ନିଜର ଦମଦାର ଅଭିନୟ କଳାରେ ଦର୍ଶକଙ୍କ ମନ ଜିତି ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିପାରିଥିଲେ । ସ୍ୱର୍ଗତ ଅଜିତ ଦାସଙ୍କ ମୃତ୍ୟୁ ଫଳରେ ଓଲିଉଡ ଜଗତରେ ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024