ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପୁଣି ଭିଜିବ ଓଡିଶା । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ପକ୍ଷରୁ ସୂଚନା । ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ବର୍ଷା ଜାରି ରହିବ । ଏହା ସହ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡିକ ପାଇଁ ବିଭିନ୍ନ ୱାର୍ଣ୍ଣ ଜାରି କରାଯାଇଛି । ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଏହି ସବୁ ଜିଲ୍ଳା ପାଇଁ ରେଡ ୱାର୍ଣ୍ଣ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ମାଲକାନଗିରି, କୋରାପୁଟ, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
JUST IN
-
ଘୋଷଯାତ୍ରାରେ ଜୟ ଜଗନ୍ନାଥ ଧ୍ୱନିରେ କମ୍ପୁଛି ବଡଦାଣ୍ଡ | 07 Jul 2024
-
ଆସନ୍ତାକାଲି ଘୋଷଯାତ୍ରା, ରଥଖଳାକୁ ବିଜେ ହୋଇଛି ଆଜ୍ଞାମାଳ | 06 Jul 2024
-
ଆଜି ଅଣସରର ଦ୍ୱାଦଶୀ ତିଥି, ଶ୍ରୀଜୀଉଙ୍କର ରାଜପ୍ରାସାଦ ବିଜେ ନୀତି | 03 Jul 2024
-
ରାଜ୍ୟରେ ପ୍ରବଳ ବର୍ଷିବ, ଆସୁଛି ୨ଟି ଲଘୁଚାପ | 03 Jul 2024
-
ଅଣସର ଘରେ ଶ୍ରୀଜିଉ: ଗୁପ୍ତ ଚିକିତ୍ସା କରୁଛନ୍ତି ସେବାୟତ | 30 Jun 2024
-
ଅଣସର ଘରେ ଶ୍ରୀଜିଉଙ୍କର ଚାଲିଛି ଗୁପ୍ତ ଚିକିତ୍ସା | 29 Jun 2024
-
ଟି-୨୦ ବିଶ୍ୱକପ ୨୦୨୪; ଭାରତ-ଦ.ଆଫ୍ରିକା ହେବେ ମୁହାଁମୁହିଁ | 29 Jun 2024
-
ଆଜିଠୁ ଆରମ୍ଭ ଅମରନାଥ ଯାତ୍ରା | 29 Jun 2024
-
ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ଆଜି ବି ବର୍ଷିବ | 28 Jun 2024
-
OSSTET ପରୀକ୍ଷା ଫଳ ପ୍ରକାଶ | 19 Jun 2024
-
ଆଜି ଚାଷୀଙ୍କ ଖାତାକୁ ଆସିବ ପିଏମ କିଷାନ ଟଙ୍କା | 18 Jun 2024
-
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ନେଇ ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ | 17 Jun 2024