ଭୁବନେଶ୍ୱର (ଏଟିଆର ବ୍ୟୁରୋ): ବଙ୍ଗେପେସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ହେବାରେ ଲାଗିଛି । ତେବେ ୪୮ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାସହ ୨୪ ଘଣ୍ଟାରେ ଉତ୍ତର ଓଡିଶାର କିଛି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
ଅନ୍ୟପଟେ ପାଣିପାଗ କେନ୍ଦ୍ର ପକ୍ଷରୁ ୫ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଓ ୧୫ଟି ଜିଲ୍ଲାରେ ବଜ୍ରପାତ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ତେବେ ୨୬ ତାରିଖ ପରେ ପାଜରେ ପରିବର୍ତ୍ତିନ ଆସିବ । ମୌସୁମୀ ଦୁର୍ବଳ ରହିଥିବା ବେଳେ ଜୁନ ୧ ରୁ ସେପ୍ଟେମ୍ବର ୨୩ ସୁଦ୍ଧା ସ୍ୱାଭାବିକ୍ ବର୍ଷା ରେକର୍ଡ କରାଯାଇଛି । ୨୪ ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ଦୁଇଟି ଜିଲ୍ଲାରେ ସ୍ୱାଭାବିକ୍ ଠାରୁ ଅଧିକ ବର୍ଷା ହୋଇଛି ।
ସେହିପରି ଚାରୋଟି ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ରେକର୍ଡ କରାଯାଇଛି । ବର୍ତ୍ତମାନ ସୁଦ୍ଧା ମୌସୁମି ପ୍ରତ୍ୟାବର୍ତ୍ତନ ନେଇ କୌଣସି ସୂଚନା ନଥିବା ବେଳେ ଆଗକୁ କାଁଭାଁ ବର୍ଷା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଟ୍ୱିନ ସିଟିରେ ଅକାଶ ମେଘାଛନ୍ନ ରହିବ ବୋଲି ସୂଚନା ଦିଆଯାଇଛି ।
JUST IN
-
ଜାଣନ୍ତୁ ମେ ମାସରେ କେତେ ଦିନ ଛୁଟି ରହିବ ବ୍ୟାଙ୍କ | 29 Apr 2024
-
ଓଡିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ ପ୍ରକ୍ରିୟା | 29 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ବାରିପଦା | 29 Apr 2024
-
ହିଞ୍ଜିଳି ଆସନ ପାଇଁ ୩୦ ରେ ନାମାଙ୍କନ ଭରିବେ ନବୀନ ପଟ୍ଟନାୟକ | 28 Apr 2024
-
ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ | 28 Apr 2024
-
ଆହୁରି କଲବଲ କରିବ ତାତି, ରାଜଧାନୀରେ ୪୬ ଡିଗ୍ରୀ ଛୁଇଁବ ପାରଦ! | 28 Apr 2024
-
ଜଳୁଛି ଓଡିଶା, ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୪୧.୪ ଡିଗ୍ରୀ ତାପମାତ୍ରା | 27 Apr 2024
-
ନଜର ପକାନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର ଉପରେ | 27 Apr 2024
-
ଆସନ୍ତାକାଲି ଓଡିଶା ଆସିବେ ରାହୁଲ ଗାନ୍ଧୀ | 27 Apr 2024
-
ସକାଳ ସାଢେ ୮ ସୁଦ୍ଧା ରେକର୍ଡ ତାପମାତ୍ରା, ସବୁଠୁ ଉତ୍ତପ୍ତ ସହର ତାଳଚେର | 27 Apr 2024
-
ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା | 26 Apr 2024
-
ଓଡିଶାରେ ୨ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ | 26 Apr 2024