ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଲଗାତର ଭାବେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଏବେ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୭୨ ହଜାର ୦୪୯ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୯୮୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇ ୬୭ ଲକ୍ଷ ୫୭ ହଜାର ୧୩୨ ରେ ପହଁଚିଛି ।
ସେହିପରି ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୯,୦୭,୮୮୩ ଜଣ ଚିକିତ୍ସିତ ହେଉଥିବା ବେଳେ ୫୭,୪୪,୬୯୪ ଜଣ ସୁସ୍ଥ ହୋଈ ଘରକୁ ଫେରିସାରିଳେଣି । ଏହାସହିତ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧,୦୪,୫୫୫ ଜଣଙ୍କ ଜୀବନ ଗଲାଣି ।