ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ପ୍ରତ୍ୟେକ ଦିନ କରୋନାର ନୂତନ ମାମଲା ସାମ୍ନାକୁ ଆସୁଛି । ଏହାରି ମଧ୍ୟରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀର ଧୀରେ ହ୍ରାସ ପାଉଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୧୪୯ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ୪୮୦ ଜଣଙ୍କର ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ହୋଇ ୭୯ ଲକ୍ଷ ୦୯ ହଜାର ୯୬୦ ରେ ପହଁଚିଛି ।
ସେହିପରି ଆଜି ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଏପର୍ଯ୍ୟନ୍ତ ୬,୫୩,୭୧୭ ଜଣ ଚିକିତ୍ସିତ ହେଉଥିବା ବେଳେ ୭୧,୩୭,୨୨୯ ଜଣ ସୁସ୍ଥ ହୋଈ ଘରକୁ ଫେରିସାରିଲେଣି । ଏହାସହିତ ଏପର୍ଯ୍ୟନ୍ତ ଏହି ମହାମାରୀରେ ୧,୧୯, ୦୧୪ ଜଣଙ୍କ ଜୀବନ ଗଲାଣି ।