ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ସେହିଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪୬ ହଜାର ୨୫୪ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩, ୧୩,୮୭୭କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୧୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୨୩, ୬୧୧ କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ ୫୩ ହଜାର ୩୫୭ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାପରେ ଦେଶରେ ସୁସ୍ଥ ସଂଖ୍ୟା ୭୬, ୫୬, ୪୭୮ ରେ ପହଁଚିଛି । ସେହିପରି ଏପର୍ଯ୍ୟନ୍ତ ୫ ଲକ୍ଷ ୩୩ ହଜାର ୭୮୭ ଜଣ ଚିକିତ୍ସିତ ହେଉଛନ୍ତି ।