ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୫୦ ହଜାର ୨୦୯ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୩, ୬୪,୦୮୬ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୭୦୪ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୨୪,୩୧୫ ରେ ପହଁଚିଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୫୫ ହଜାର ୩୩୧ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାପରେ ଦେଶରେ ମୋଟ କରୋନା ସୁସ୍ଥ୍ୟ ସଂଖ୍ୟା ୭୭, ୧୧,୮୦୯ କୁ ବୃଦ୍ଧି ପାଇଛି । ଅନ୍ୟପଟେ ଦେଶରେ ମୋଟ ୫,୨୭,୯୬୨ ସକ୍ରିୟ ମାମଲା ରହିଛି ।