ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ ଜାରି ରହିଛି କରୋନା ପ୍ରକୋପ । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଥିବା ବେଳେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୪୧ ହଜାର ୧୦୦ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୮, ୧୪,୫୭୯ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୪୪୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୨୯,୬୩୫ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥ ହାର ବୃଦ୍ଧି ପାଇବାରରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୨ ହଜାର ୧୫୬ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଦେଶରେ ମୋଟ ୪,୭୯,୨୧୬ ସକ୍ରିୟ ମାମଲା ରହିଛି ।