ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା କୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୪ ଶହ ତଳେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଆଜି ୫ ଶହ ତଳେ ରହିଛି । ସେହିଅନୁଯାୟୀ ଆଉ ୪୮୦ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୭୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୨୦୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st December
New Positive Cases: 480
In quarantine: 276
Local contacts: 204(Details of local contacts will be shared by concerned District Administration)
District Wise Cases:
1. Angul: 41
2. Balasore: 19
3. Bargarh: 30
4. Bhadrak: 2
5. Balangir: 7— I & PR Department, Odisha (@IPR_Odisha) December 2, 2020
22. Nawarangpur: 6
23. Nayagarh: 4
24. Nuapada: 14
25. Puri: 31
26. Rayagada: 3
27. Sambalpur: 14
28. Sundargarh: 31
29. State Pool: 11New recoveries: 669
Cumulative tested: 5977970
Positive: 319583
Recovered: 312734
Active cases: 5046— I & PR Department, Odisha (@IPR_Odisha) December 2, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୬୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୧୯୫୮୩ ହୋଇଥିବା ବେଳେ ୩୧୨୭୩୪ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୫୦୪୬ ଟି ସକ୍ରିୟ ମାମଲା ରହିଛି ।