ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟରେ ପୁଣି ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୦୨ ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
୪ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୨୩୩୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୨୩୧ ଟି ଆକ୍ଟିଭ କେସ୍ ରହିଥିବା ବେଳେ ୩୧୮୨୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୦୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି ।