ଭୁବନେଶ୍ୱର (ଏଟିଆର ବ୍ୟୁରୋ): ରାଜ୍ୟରେ ଏବେ କରୋନା ପ୍ରକୋପ କମିବାରେ ଲାଗିଛି । ପୂର୍ବାପେକ୍ଷା ଏବେ ଆକ୍ରନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଛି । ଏବେ ୪ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୩୫୧ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୧୪୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଏବଂ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେଜଣ ରହିଛନ୍ତି ସେଥିପାଇଁ ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th December
New Positive Cases: 351
In quarantine: 203
Local contacts: 148(Details of local contacts will be shared by concerned District Administration)
District Wise Cases:
1. Angul: 41
2. Balasore: 17
3. Bargarh: 8
4. Bhadrak: 5
5. Balangir: 10— I & PR Department, Odisha (@IPR_Odisha) December 17, 2020
23. Nuapada: 21
24. Puri: 3
25. Sambalpur: 26
26. Sonepur: 1
27. Sundargarh: 47
28. State Pool: 12New recoveries: 358
Cumulative tested: 6502451
Positive: 325147
Recovered: 320208
Active cases: 3061— I & PR Department, Odisha (@IPR_Odisha) December 17, 2020
ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ସେହିଅନୁଯାୟୀ ପୁଣି ଆଉ ୩୫୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଏବେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୧୪୭ ହୋଇଥିବା ବେଳେ ୩୨୦୨୦୮ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ସାରିଲେଣି ଏବଂ ୩୦୬୧ ଟି ସକ୍ରିୟ ମାମଲା ରହିଛି ।