ନୂଆଦିଲ୍ଲୀ (ଏଟିଆର ବ୍ୟୁରୋ): ଦେଶରେ କରୋନା ପ୍ରକୋପ କମିବାରେ ଲାଗିଛି । ପ୍ରତ୍ୟେକ ଦିନ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ସାମ୍ନାକୁ ଆସୁଛି । ମାତ୍ର ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ । ଗତକାଲି ୨୦ ହଜାର ତଳେ ରହିଥିଲା ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ଆଜି ୨୦ ହଜାର ଉପରେ ରହିଛି । ସେହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ,ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଆଉ ୨୦ ହଜାର ୫୫୦ କରୋନା ମାମଲା ସାମ୍ନାକୁ ଆସିଛି । ଏହାପରେ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧, ୦୨,୪୪,୮୫୩ କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୨୮୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାପରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧, ୪୮,୪୩୯ ରେ ପହଁଚିଛି ।
ସେହିପରି ଦେଶରେ ସୁସ୍ଥ ହାର ବୃଦ୍ଧି ପାଇବାରେ ଲାଗିଛି । ଏପର୍ଯ୍ୟନ୍ତ ମୋଟ ୯,୮୩,୪୧୪୧ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଅନ୍ୟପଟେ ଦେଶରେ ମୋଟ ୨,୬୨,୨୭୨ ଟି ସକ୍ରିୟ ମାମଲା ରହିଛି ।