ଭବାନୀପାଟଣା(ଏଟିଆର ବ୍ୟୁରୋ):କଳାହାଣ୍ଡି ଜିଲ୍ଲା ଆଜି ବିକାଶର ମଡେଲ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଭୋକର ଭୁଗୋଳରେ କଳାହାଣ୍ଡି ଆଜି ପାଲଟିଛି ଭାତହାଣ୍ଡି । କଳାହାଣ୍ଡି ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ୨୦୮୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ।
ଆଜି ମୁଖ୍ୟମନ୍ତ୍ରୀ ୫୪ ଟି ପ୍ରମଳ୍ପର ଉଦଘାଟନ କରିଥିବା ବେଳେ ୫୨ ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଏହି ଅବସରରେ ଜୟପାଟଣା ବ୍ଲକ ମଙ୍ଗଳପୁରଠାରେ ଆୟୋଜିତ ସଭାରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କର କଳାହାଣ୍ଡି ସହିତ ସମ୍ପର୍କର ସ୍ମୃତିଚାରଣ କରିଥିଲେ ।
କଳାହାଣ୍ଡି ଧାନ ଉତ୍ପାଦନରେ ରାଜ୍ୟରେ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ଦେଶରେ ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ମଧ୍ୟ ଚାଉଳ ଯୋଗାଉଛି । ୧୦ ଟି ରାଜ୍ୟ କେନ୍ଦ୍ରାୟ ଭଣ୍ଡାରକୁ ସେତିକି ଚାଉଳ ଯୋଗାଉଛି କଳାହାଣ୍ଡିୁ ଏକାକୀ ସେତିକି ଚାଉଳ ଯୋଗାଉଛି ବୋଲି ମୁଖମନ୍ତ୍ରୀ କହିଥିଲେ ।
ଆଜି ଉଦ୍ଘାଟିତ ଓ ଶିଳାନ୍ୟାସ କରାଯାଇଥିବା ପ୍ରକଳ୍ପଗୁଡ଼ିକ ମଧ୍ୟରେ ମେଗା ଉଠା ଜଳସେଚନ ବ୍ୟବସ୍ଥା, ଫୁଡ ପାର୍କ, ନୂଆ ବିଦ୍ୟୁତ ଫିଡର ଲାଇନ, ଭବାନୀପାଟଣାରେ ନୂଆ ବସ୍ଷ୍ଟାଣ୍ଡ, ରାସ୍ତାଘାଟ, ସେତୁ ଆଦି ବିଭିନ୍ନ ପ୍ରକଳ୍ପ ରହିଛି।