ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ୨ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୮ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 14th January, 2021
New Positive Cases: 186
In quarantine: 108
Local contacts: 78(Details of local contacts will be shared by concerned District Administration)
District Wise Cases:
1. Angul: 18
2. Balasore: 11
3. Bargarh: 15
4. Balangir: 8
5. Boudh: 2— I & PR Department, Odisha (@IPR_Odisha) January 15, 2021
23. Rayagada: 1
24. Sambalpur: 20
25. Sonepur: 4
26. Sundargarh: 35
27. State Pool: 1New recoveries: 210
Cumulative tested: 7319608
Positive: 332949
Recovered: 328832
Active cases: 2166— I & PR Department, Odisha (@IPR_Odisha) January 15, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୧୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୯୪୯ ରହିଥିବା ବେଳେ ଏହି ରୋଗରୁ ୩୨୮୮୩୨ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୧୬୬ ଜଣ ଚିକିତ୍ସିତ ହେଉଛନ୍ତି ।