ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ୨ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୭୭ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 16th January, 2021
New Positive Cases: 183
In quarantine: 106
Local contacts: 77(Details of local contacts will be shared by concerned Dist Administration)
District Wise Cases:
1. Angul: 20
2. Balasore: 6
3. Bargarh: 10
4. Bhadrak: 1
5. Balangir: 3— I & PR Department, Odisha (@IPR_Odisha) January 17, 2021
22. Sambalpur: 19
23. Sundargarh: 18
24. State Pool: 6New recoveries: 230
Cumulative tested: 7376896
Positive: 333310
Recovered: 329318
Active cases: 2039— I & PR Department, Odisha (@IPR_Odisha) January 17, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୩୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୩୧୦ ରହିଥିବା ବେଳେ ଏହି ରୋଗରୁ ୩୨୯୩୧୮ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୨୦୩୯ ଜଣ ଚିକିତ୍ସିତ ହେଉଛନ୍ତି ।