ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଦେଢ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୫୯ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 20th January, 2021
New Positive Case: 143
In quarantine: 84
Local contacts: 59(Details of local contacts will be shared by concerned District Administration)
District Wise Cases:
1. Angul: 13
2. Balasore: 8
3. Bargarh: 12
4. Balangir: 2
5. Boudh: 1— I & PR Department, Odisha (@IPR_Odisha) January 21, 2021
23. Sundargarh: 17
24. State Pool: 1New recoveries: 270
Cumulative tested: 7477757
Positive: 333866
Recovered: 330321
Active cases: 1589— I & PR Department, Odisha (@IPR_Odisha) January 21, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୨୭୦ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୩୮୬୬ ରହିଥିବା ବେଳେ ଏହି ରୋଗରୁ ୩୩୦୩୨୧ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୫୮୯ଜଣ ଚିକିତ୍ସିତ ହେଉଛନ୍ତି ।