ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 1st Feb, 2021
New Positive Cases: 60
In quarantine: 36
Local contacts: 24(Details of local contacts will be shared by concerned District Administration)
District Wise Cases:
1. Angul: 1
2. Balasore: 3
3. Bargarh: 7
4. Cuttack: 3
5. Deogarh: 1— I & PR Department, Odisha (@IPR_Odisha) February 2, 2021
16. Sonepur: 1
17. Sundargarh: 8
18. State Pool: 2New recoveries: 136
Cumulative tested: 7751480
Positive: 335211
Recovered: 332239
Active cases: 1013— I & PR Department, Odisha (@IPR_Odisha) February 2, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୩୬ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୨୧୧ ରହିଥିବା ବେଳେ ଏହି ରୋଗରୁ ୩୩୨୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୧୦୧୩ ଜଣ ଚିକିତ୍ସିତ ହେଉଛନ୍ତି ।