ଭୁବନେଶ୍ୱର(ଏଟିଆର ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କର ୯ ମାସ ପାଇଁ ହଷ୍ଟେଲ ଫି ଛାଡ କରିଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଦ୍ୱାରା ସରକାରୀ ଆଇ.ଟି.ଆଇ.ରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।
୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସ ପର୍ଯ୍ୟନ୍ତ ହଷ୍ଟେଲ ଫି ଛାଡ କରାଯାଇଛି । କୋଭିଡ ୧୯ କାରଣରୁ ପିଲାମାନେ ହଷ୍ଟେଲରେ ରହିନଥିଲେ ।ଏହି ବାବଦରେ ଛାତ୍ରଛାତ୍ରୀମାନେ ହଷ୍ଟେଲ ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ ।