ଭୁବନେଶ୍ୱର (ଏଟିଆର ବ୍ୟୁରୋ): ପ୍ରତ୍ୟେକ ଦିନ ରାଜ୍ୟରେ ନୂତନ ମାମଲା ସାମ୍ନାକୁ ଆସୁଥିବା ବେଳେ ପୂର୍ବାପେକ୍ଷା ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି । ସେହିଅନୁଯାୟୀ ଏବେ ରାଜ୍ୟରେ ଏକ ଶହ ତଳକୁ ଖସିଛି ଆକ୍ରାନ୍ତଙ୍କ ସଂଖ୍ୟା । ଯାହାଫଳରେ ଏବେ ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ହୋଇଥିବା ବେଳେ ୩୩ ଜଣ ସ୍ଥାନୀୟ ଅଞ୍ଚଳର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ତେବେ ନୂତନ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କେଉଁ ଜିଲ୍ଲାରୁ କେତେ ଜଣ ରହିଛନ୍ତି । ସେଥିପାଇଁ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗର ଟ୍ୱିଟର ଆକାଉଣ୍ଟ ଉପରେ ନଜର ପକାନ୍ତୁ ।
Covid-19 Report For 5th Feb, 2021
New Positive Cases: 82
In quarantine: 49
Local contacts: 33(Details of local contacts will be shared by concerned District Administration)
District Wise Cases:
1. Angul: 9
2. Balasore: 3
3. Bargarh: 6
4. Balangir: 5
5. Cuttack: 5— I & PR Department, Odisha (@IPR_Odisha) February 6, 2021
19. Sonepur: 2
20. Sundargarh: 15
21. State Pool: 1New recoveries: 122
Cumulative tested: 7840772
Positive: 335548
Recovered: 332733
Active cases: 853— I & PR Department, Odisha (@IPR_Odisha) February 6, 2021
ଅନ୍ୟପଟେ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ହେଉଛି । ଏବେ ପୁଣି ନୂତନ ୧୨୨ ଜଣ କରୋନାରୁ ମୁକ୍ତ ହୋଇଛନ୍ତି । ସେହିପରି ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୫୪୮ ରହିଥିବା ବେଳେ ଏହି ରୋଗରୁ ୩୩୨୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରି ସାରିଛନ୍ତି ଏବଂ ୮୫୩ ଜଣ ଚିକିତ୍ସିତ ହେଉଛନ୍ତି ।