ଗଞ୍ଜାମ(ଏଟିଆର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳିକାଟୁର ବହୁ ପ୍ରକଳ୍ପର ଉଦଘାଟନ କରିବେ । ଆଜି ସନ୍ଧ୍ୟା ୫ ଟା ସୁଦ୍ଧା ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଏହାର ଉଦଘାଟନ କରିବେ । ୩ କୋଟି ବ୍ୟୟରେ ନିର୍ମାଣ ହୋଇଥିବା ହିଞ୍ଜିଳିକାଟୁର ବସ ଟର୍ମିନାଲ , ବରିଷ୍ଠ ନାଗରିକ ପାଇଁ ଚିତ୍ତୋ ବିନୋଦନ କେନ୍ଦ୍ର , ପୈାର ପରିଷଦ ଅତିଥି ଭବନ , ୧୨ଲକ୍ଷ ବ୍ୟୟରେ ନିର୍ମିତ ବିଜୁ ବାବୁଙ୍କ ବ୍ରୋଞ୍ଚ ପ୍ରତିମୂର୍ତ୍ତି, ଶୀତଳ ଭଣ୍ଡାର, ଆର୍.ଏମ.ସି ମାର୍କେଟ କମ୍ପ୍ଲେକ୍ସକୁ ଉଦଘାଟନ କରିବେ ।
ହିଞ୍ଜିଳିକାଟୁର ପ୍ରକଳ୍ପ ପାଇଁ ମୋଟ ୨୮,୦୦,୫୭,୬୮୦ କୋଟି ଟଙ୍କା ଖର୍ଚ୍ଚ ହୋଇଛି । ଏଥି ମଧ୍ୟରୁ ୧୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ହୋଇଥିବା ବେଳେ ୫ କୋଟି ଟଙ୍କାର ଗୋଟିଏ ଉଚ୍ଚ କ୍ଷମତା ସମ୍ପନ୍ନ ସେତୁ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି ।
ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କୋଟିଆର ବିଭିନ୍ନ କାର୍ଯ୍ୟର ଶୁଭାରମ୍ଭ କରିଥିଲେ । କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତ ପାଇଁ ୧୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ।