ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ୧୭ ରେ ବିଧାନସଭା ଅଧିବେଶନ ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଏହି ବୈଠକରେ ବିରୋଧୀ ଦଳ ନେତା , ସଂସଦୀୟ ବ୍ୟାପର ମନ୍ତ୍ରୀ , ସରକାର ଦଳର ମୁଖ୍ୟ ସଚେତକ ଓ କଂଗ୍ରେସର ବିଧାୟକ ନେତା ଉପସ୍ଥିତ ରହିବେ ।
ଚଳିତ ବଜେଟ ଅଧିବେଶନ ନେଇ ସର୍ବଦଳୀୟ ବୈଠକରେ ଆଲୋଚନା ହେବ । ବିଧାନସଭାରେ ଏପ୍ରିଲ ୧୮ ରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ପ୍ରଥମ ଥର ପାଇଁ ବିଧାନସଭାରେ ପେପରଲେସ ବଜେଟ ଆଗତ ହେବ । ଲୋକସଭାରେ ଯେଭଳି ପେପରଲେସ ବଜେଟ ଆଗତ ହୋଇଥିଲା ଠିକ ସେହିପରି ବିଧାନସଭାରେ ମଧ୍ୟ ପେପରଲେସ ବଜେଟ ଆଗତ ହେବ ।
ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଅଧିବେଶନ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୧୮ ରୁ ଆରମ୍ଭ ହୋଇ ୨୭ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ।