ଭୁବନେଶ୍ୱର(ଏଟିଆର ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , କୋଇଲା ଖଣି ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ମିଳିତ ଭାବେ ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଖଣି ସଂପର୍କିତ କ୍ଷେତ୍ରରେ ସେ ସବୁବେଳେ ଆଗୁଆ ପଦକ୍ଷେପ ନେଇଥାନ୍ତି ।
ଗତ କିଛି ବର୍ଷ ମଧ୍ୟରେ ସେ ଅନେକ ବଡ ବଡ ଖଣିର ନିଲାମ ପ୍ରକ୍ରିୟା ସଫଳତାର ସହ କରାଯାଇଛି । ଆଲୁମିନିୟମ ଓ ଅନ୍ୟ ଧାତବ ଶିଳ୍ପ କ୍ଷେତ୍ରରେ ବିଶ୍ବର ଏକ ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବାର ଦକ୍ଷତା ଓଡିଶାର ରହିଛି।ରାଜ୍ୟ ସରକାର ସବୁବେଳେ ଖଣି ପାଇଁ ସମର୍ଥନ ଦେଇଛନ୍ତି ବୋଲି କହିଛନ୍ତି ।
ଗୁଆଳି ଓ ଜିଲଙ୍ଗ ଲାଙ୍ଗଲୋଟାରୁ ଖଣିରୁ ଉତ୍ପାଦନ ଦ୍ୱାରା ଲୁହାପଥର ବଜାରରେ ସ୍ଥିରତା ଆସିବା ସହ ଶିଳ୍ପର ଯୋଗାଣ ଚାହିଦା ମେଣ୍ଟାଇବାରେ ସହାୟକ ହେବ । ଅଳ୍ପ ସମୟ ମଧ୍ୟରେ ଓଏମସିକୁ ଏହିୁ ଦୁଇଟି ଖଣିକୁ ଆବଣ୍ଟନ କରିବା ଏବଂ ଅଳ୍ପ ସମୟ ମଧ୍ୟରେ ବିଭିନ୍ନ ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଏହି ଦୁଇଟି ନୂଆ ଖଣିରୁ ରାଜ୍ୟ ସରକାର ବାର୍ଷିକ ୪ ରୁ ୫ ହଜାର କୋଟି ଟଙ୍କା ରାଜସ୍ବ ଭାବରେ ପାଇବେ ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ଯୋଶୀ କରିଥିଲେ । ଏହାସହିତ ଲୁହାପଥର ବଜାରରେ ଦେଖା ଦେଇଥିବା ଅଭାବ ଦୂର କରିବାରେ ମଧ୍ୟ ସହାୟକ ହେବ ବୋଲି ଯୋଶୀ ମତ ରଖିଛନ୍ତି।